fbpx

ଦେଶରେ ବଢ଼ିଲା ମୃତ୍ୟୁ: ଆଜି କରୋନାରେ ୩୩୮୦ ଜଣଙ୍କ ମୃତ୍ୟୁ, ୧.୨୦ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୩୮୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୪ ହଜାର ୮୨କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୨୦ ହଜାର ୫୨୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ୫୫ ହଜାର ୨୪୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୨ କୋଟି ୭୮ ଲକ୍ଷ ୬୦ ହଜାର ୩୧୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.