fbpx

ଭୁବନେଶ୍ୱରରୁ ଆଜି ୩୩୯ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୩୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୯୦ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୮୭ ହଜାର ୨୭୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୫ ହଜାର ୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୪୮୯ ଜଣ ଚିକିତ୍ସିତ ହେଉଥିବା ବେଳେ ୪୧୧ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.