fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ୩୪୦ ପଜିଟିଭ୍ , ଜାଣନ୍ତୁ କେତେ ସୁସ୍ଥ ?

ଭୁବନେଶ୍ୱର, ୧ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୨୩୫ କୁ ବୃଦ୍ଧି ପାଇଛି ।

ମୋଟ ୨୨ ହଜାର ୨୩୫ ପଜିଟିଭ ମଧ୍ୟରୁ ୯୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୮ ହଜାର,୫୮୫ ଜଣ ସୁସ୍ଥ ଓ ୩,୫୩୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.