fbpx

ଭୁବନେଶ୍ୱରରୁ ନୂଆ ୩୪୨ ପଜିଟିଭ୍ ଚିହ୍ନଟ, ୩୨୧ ସୁସ୍ଥ

ଭୁବନେଶ୍ୱର, ୨୮ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୧ ଓ ସ୍ଥାନୀୟ ଅଞ୍ଚଳରୁ ୨୩୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୨୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୧ ହଜାର ୧୯୭ କୁ ବୃଦ୍ଧି ପାଇଛି ।

ମୋଟ ୨୧,୧୯୭ ପଜିଟିଭ ମଧ୍ୟରୁ ୮୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୭,୪୯୭ ଜଣ ସୁସ୍ଥ ଓ ୩,୫୯୫ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.