ଭୁବନେଶ୍ୱରରୁ ପୁଣି ବାହାରିଲେ ୩୪୨ ପଜିଟିଭ୍

0 99

ଭୁବନେଶ୍ୱର, ୧୫ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୮୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୬ ହଜାର ୯୩୩କୁ ବୃଦ୍ଧି ପାଇଛି ।


ମୋଟ ୧୬,୯୩୩ ପଜିଟିଭ ମଧ୍ୟରୁ ୬୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୨,୨୮୮ ଜଣ ସୁସ୍ଥ ଓ ୪,୫୬୮ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.