fbpx

ବଡ ଖବର: ଆଜି ରାଜ୍ୟରୁ ୩୪୯୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୮ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୪୯୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୯୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୧,୩୮୨ କୁ ବୃଦ୍ଧି ପାଇଛି । ୯୯, ୩୯୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧,୩୬୨ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୩୫ ଓ କଟକରୁ ୩୭୬, ଝାରସୁଗୁଡାରୁ ୧୦୩, ରାୟଗଡାରୁ ୨୦୬, ମୟୂରଭଞ୍ଜରୁ ୨୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.