fbpx
BSKY
BJD MC SKY
BJD YOUTH SKY

ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫.୫୬ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫ ଲକ୍ଷ ୫୬ ହଜାର ୫୧୫ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୧୦ ଲକ୍ଷ ୧୫ ହଜାର ୭୬୮କୁ ବୃଦ୍ଧି ପାଇଛି । ମୋଟ ୧୫ କୋଟି ୩୧ ଲକ୍ଷ ୮ ହଜାର ୫୨୫ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୪୩ ଲକ୍ଷ ୫୦ ହଜାର ୬୭୧ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୨ ହଜାର ୫୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୦ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୯ ହଜାର ୫୪୪ରେ ପହଞ୍ଚିଛି । ବିଶ୍ୱରେ କୋଭିଡ୍ ସଂକ୍ରମଣରେ ଦ୍ୱିତୀୟ ସ୍ଥାନରେ ଭାରତ ଓ ତୃତୀୟ ସ୍ଥାନରେ ବ୍ରାଜିଲ ରହିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଛି ।

Get real time updates directly on you device, subscribe now.