fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ୩୫୪ ପଜିଟିଭ୍ , ଜାଣନ୍ତୁ ସୁସ୍ଥ କେତେ?

ଭୁବନେଶ୍ୱର, ୪ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୫୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୮ଓ ସ୍ଥାନୀୟ ଅଞ୍ଚଳରୁ ୨୪୬ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୮ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୩ ହଜାର ୨୩୦ କୁ ବୃଦ୍ଧି ପାଇଛି ।

ମୋଟ ୨୩ ହଜାର ୨୩୦ ପଜିଟିଭ ମଧ୍ୟରୁ ୧୦୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୯ ହଜାର୫୭୩ ଜଣ ସୁସ୍ଥ ଓ ୩,୫୩୫ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.