fbpx

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୬୦୦ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୦୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୧ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ଓ କଟକରୁ ୩୫୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୦୦, ବଲେଶ୍ୱରରୁ ୧୦୭, ବରଗଡରୁ ୧୦୬, ଯାଜନୁରରୁ ୧୩୯, କେନ୍ଦ୍ରାପଡାରୁ ୧୨୯. କେନ୍ଦୁଝରରୁ ୧୦୬, ମୟୂରଭଞ୍ଜରୁ ୧୫୬,ନବରଙ୍ଗପୁରରୁ ୧୧୬, ପୁରୀରୁ ୧୧୫, ସମ୍ବଲପୁରରୁ ୧୨୬, ସୋନପୁରରୁ ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.