fbpx

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୧ ।୧୦(ଓଡିଶା ଭାସ୍କର)(SR): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୭ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୨,୭୩୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଓ କଟକରୁ ୩୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୮୮, ଯ୍ଧକ୍ସପୁରରୁ ୧୪୪, ଝାରସୁଗୁଡା ଓ କଳାହାଣ୍ଡିରୁ ୧୦୬, କେନ୍ଦ୍ରାପଡାରୁ ୧୧୯, ମାଲକାନଗିରି ଓ ମୟୂରଭଞ୍ଜରୁ ୧୨୩, ପୁରୀରୁ ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.