ଭୁବନେଶ୍ୱରରୁ ନୂଆ ୩୬୨ ପଜିଟିଭ୍

0 96

ଭୁବନେଶ୍ୱର, ୧୬ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୬ ଓ ସ୍ଥାନୀୟ ଅଞ୍ଚଳରୁ ୨୮୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୦୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୭ ହଜାର ୨୯୫କୁ ବୃଦ୍ଧି ପାଇଛି ।

ମୋଟ ୧୭,୨୯୫ ପଜିଟିଭ ମଧ୍ୟରୁ ୬୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୨,୬୯୪ ଜଣ ସୁସ୍ଥ ଓ ୪୫୨୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.