fbpx

ରାଜ୍ୟରେ ଆଜି ୩୬୩ ପଜିଟିଭ୍ ଚିହ୍ନଟ, ୩ ମୃତ

ଭୁବନେଶ୍ୱର,୨୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୬୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୫ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୯୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ ୫୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୨ ଜଣ ଓ କଳାହାଣ୍ଡିରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.