fbpx

ଭାରତରେ ଆଜି ୩୬୬୦ କରୋନା ରୋଗୀଙ୍କ ମୃତ୍ୟୁ, ୧.୮ ଲକ୍ଷ ଆକ୍ରାନ୍ତ

Advertisement

ନୂଆଦିଲ୍ଲୀ :ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଥିବା ଜଣାପଡ଼ିଛି ।  ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୬୬୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୮ ହଜାର ୮୫୯କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୮୬ ହଜାର ୩୪୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୫ ଲକ୍ଷ ୫୫ ହଜାର ୪୫୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୪୩ ହଜାର ୧୫୨ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୪୮ ଲକ୍ଷ ୯୩ ହଜାର ୪୧୦ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୦ କୋଟି ୫୭ ଲକ୍ଷ ୨୨୦ ହଜାର ୬୬୦ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.