fbpx

୩୭.୩୫ ଲକ୍ଷରେ ପହଞ୍ଚିଲା ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୭ ଲକ୍ଷ ୩୫ ହଜାର ୯୯୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୩୭ ଲକ୍ଷ ୧୧ ହଜାର ୮୧୯କୁ ବୃଦ୍ଧି ପାଇଛି । ମୋଟ ୧୫ କୋଟି ୬୫ ଲକ୍ଷ ୮୩ ହଜାର ୪୨୬ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୩୩ ଲକ୍ଷ ୯୨ ହଜାର ୪୦୩ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୭ ହଜାର ୬୨୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୦୩ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.