fbpx

ପୁଣି ବଢ଼ିଲା ରାଜ୍ୟରେ ମୃତ୍ୟୁସଂଖ୍ୟା: ଆଜି ୩୭ ଜଣଙ୍କର ଜୀବନ ନେଲା ଭୟଙ୍କର କରୋନା

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ସେହିପରି କଳାହାଣ୍ଡି, କଟକରୁ ୪ ଜଣ ଲେଖାଏଁ, ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ସମ୍ବଲପୁର, ରାୟଗଡ଼ା, ନୂଆପଡ଼ା, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଗଜପତି, ଗଞ୍ଜାମ ଓ କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୮୦ ହଜାର ୯୩୨ ରହିଥିବା ବେଳେ ୮୯ ହଜାର ୯୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.