fbpx

ଖୁସି ଖବର: ରାଜ୍ୟରେ ଆଜି ୩୭୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୧ା୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୭୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୪୯୩୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ୭୯୬ , କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡ଼ାରୁ ୧୫୧, କେନ୍ଦ୍ରାପଡ଼ାରୁ ୧୪୭, ବଲାଙ୍ଗୀରରୁ ୧୩୬, ସୁନ୍ଦରଗଡ଼ରୁ ୧୩୬, ବରଗଡ଼ରୁ ୧୩୨, ମୟୁରଭଞ୍ଜରୁ ୧୨୦, ନବରଙ୍ଗପୁରରୁ ୧୨୦, ଯାଜପୁରରୁ ୧୧୩, ସମ୍ବଲପୁରରୁ ୧୧୧, କୋରାପୁଟରୁ ୯୯, ରାୟଗଡ଼ାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ୱରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢ଼େଙ୍କାନାଳରୁ ୩୯, ନୟାଗଡ଼ରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭, ଦେଓଗଡ଼ରୁ ୨୩, ଅନୁଗୁଳରୁ ୨୨, ଗଜପତିରୁ ୨୨, ନୂଆପଡ଼ାରୁ ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

Get real time updates directly on you device, subscribe now.