ଖୁସି ଖବର: ରାଜ୍ୟରେ ଆଜି ୩୭୧୪ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

0 223

ଭୁବନେଶ୍ୱର,୧୫ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୭୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୨୫,୭୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୩୭୫, ବରଗଡରୁ ୩୯୭, ଯାଜପୁରରୁ ୨୪୨, ପୁରୀରୁ ୨୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.