fbpx
BJD SKY
BJD SKY

ଆସନ୍ତାକାଲି ରାଜ୍ୟର ୩୭୧୪ ଟିଜିଟି ଓ ୪୫୨ ପିଇଟି ଶିକ୍ଷକ ପାଇବେ ନିଯୁକ୍ତି; ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

BJD
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି ଶିକ୍ଷକ ଏବଂ ୪୫୨ ପିଇଟିଙ୍କୁ ଆସନ୍ତାକାଲି ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମରେ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରି ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକମାନଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ ମୁଖ୍ୟମନ୍ତ୍ରୀ । ଏହି ଶିବିରରେ ନିଯୁକ୍ତି ପାଇବାକୁ ଥିବା ସମସ୍ତ ଶିକ୍ଷକ ଯୋଗଦେବାର ଆୟୋଜନ କରାଯାଇଛି ।

Get real time updates directly on you device, subscribe now.