ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୩୭୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୨୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୮୫ ହଜାର ୨୦୮ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୧ ହଜାର ୭୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୩,୦୦୪ଜଣ ଚିକିତ୍ସିତ ହେଉଥିବା ବେଳେ ୩୮୮ ଜଣଙ୍କର ମୃତ୍ୟୁ ହୋଇଛି ।
Update on newly detected #COVID19 cases in the last
24 hrs under the BMC area on 16th June (till 9am). pic.twitter.com/HTO1P62lLm— BMC (@bmcbbsr) June 16, 2021