fbpx

ରାଜ୍ୟରେ ଆଜି ୩୭୭ ପଜିଟିଭ୍ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୪।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୭୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କେନ୍ଦୁଝରରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ମୟୁରଭଞ୍ଜ, ମାଲକାନଗିରି ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.