fbpx

୨୪ ଘଣ୍ଟା ମଧ୍ୟରେ କରୋନା ନେଲା ୩୭୮ ଜୀବନ

ନୂଆଦିଲ୍ଲୀ: କରୋନା ମହାମାରୀର ମୁକାବିଲା ପାଇଁ ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଦେଶରେ କରୋନା ସଂକ୍ରମଣ କେତେବେଳେ ବଢ଼ୁଛି ତ କେତେବେଳେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୮୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୭ଲକ୍ଷ ୧୬ ହଜାର ୪୫୧କୁ ବୃଦ୍ଧି ପାଇଛି । କେବଳ କେରଳରୁ ୧୧ ହଜାର ୧୯୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪୯ ଜଣଙ୍କର ମୃତ୍ୟୁ ହୋଇଛି ।

ଏହା ବ୍ୟତୀତ ୨୪ ଘଣ୍ଟାରେ ୩୭୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହି କ୍ରମରେ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୭ ହଜାର ୭୫୧ରେ ପହଞ୍ଚିଛି । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୫୨୦ ଥିବା ବେଳେ ୩ କୋଟି ୨୯ ଲକ୍ଷ ୮୬ ହଜାର ୧୮୦ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.