fbpx

ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ସଂଖ୍ୟା, ଆଜି ୩୭୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୭୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୧୦୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

 

Get real time updates directly on you device, subscribe now.