ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୮୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩୪ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 35
7. Cuttack: 393
8. Deogarh: 30
9. Dhenkanal: 43
10. Gajapati: 45
11. Ganjam: 36
12. Jagatsinghpur: 130
13. Jajpur: 346
14. Jharsuguda: 19
15. Kalahandi: 43
16. Kandhamal: 34
17. Kendrapada: 145
18. Keonjhar: 81
19. Khurda: 617
20. Koraput: 77
21. Malkangiri: 75— I & PR Department, Odisha (@IPR_Odisha) June 18, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୨୩ ହଜାର ୫୯୯ ରହିଥିବା ବେଳେ ୪୩ ହଜାର ୩୩୮ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 6240
Cumulative tested: 12964705
Positive: 870498
Recovered: 823599
Active cases: 43338— I & PR Department, Odisha (@IPR_Odisha) June 18, 2021