fbpx

ଗୋଟିଏ ଦିନରେ ଭୁବନେଶ୍ୱରରୁ ୩୮୬ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର, ୨୭ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୮୬୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୨୪ ଜଣ ସୁସ୍ଥ ହୋଇଛନ୍ତି ଓ ୩୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୪୭୮ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଗଙ୍ଗନଗର ସେଲଟର ହୋମରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନୟାପଲ୍ଲୀ ଉନ୍ଦ୍ରଧନୁ ମାର୍କେଟ ନିକଟ ଏକ ସରକାରୀ ଅଫିସରୁ ୧୫, ଚନ୍ଦ୍ରଶେଖରପୁର ସପ୍ତମ ବାଟାଲିଅନରୁ ୧୧ ଜଣ , ଏକ ଘରୋଇ ହସ୍ପିଟାଲରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.