fbpx

ବଡ ଖବର: ଆଜି ରାଜ୍ୟରୁ ୩୮୬୧ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୬ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୮୬୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୭୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ କୁ ବୃଦ୍ଧି ପାଇଛି । ୯୬, ୩୬୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୦,୯୧୯ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୬୭ ଓ କଟକରୁ ୩୮୬, ଯାଜପୁରରୁ ୨୮୫, ଝାରସୁଗୁଡାରୁ ୧୯୯, ବରଗଡରୁ ୧୭୬, ରାୟଗଡାରୁ ୧୫୩, ମୟୂରଭଞ୍ଜରୁ ୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.