fbpx

ଦେଶରେ ମାଡ଼ିଚାଲିଛି କରୋନା: ଆଜି ୩୭୮୦ ମୃତ, ୩.୮୨ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ, ୫ା୫ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୭୮୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୨୬ ହଜାର ୧୮୮କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୮୨ ହଜାର ୩୧୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬ ଲକ୍ଷ ୬୫ ହଜାର ୧୪୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ଲକ୍ଷ ୮୭ ହଜାର ୨୨୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬୯ ଲକ୍ଷ ୫୧ ହଜାର ୭୩୧ରେ ପହଞ୍ଚିଛି । ୧୬ କୋଟି ୪ ଲକ୍ଷ ୯୪ ହଜାର ୧୮୮ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.