fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ପଜିଟିଭ, ଆଜି ୩୮୯ ନୂଆ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ପୁଣି ହ୍ରାସ ପାଇବାରେ ଲାଗିଛି । ଭୁବନେଶ୍ୱରରୁ ଆଜି ୩୮୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୫୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୯୩, ୦୭୭ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୯୧ ହଜାର ୩୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୨୧୦ ଜଣ ଚିକିତ୍ସିତ ହେଉଥିବା ବେଳେ ୪୯୭ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.