fbpx

୨୪ଘଣ୍ଟାରେ ୩୮,୯୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୯ା୭: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୭,୬୧୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୬,୮୧୬ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ୩୮,୯୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୪୩ଜଣଙ୍କର ମୃତ୍ୟୁ ହୋଇଛି । ସମୁଦାୟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬,୭୭,୪୨୩ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୩,୭୩,୩୭୯ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ମହାରାଷ୍ଟ୍ରରେ ୧୧ହଜାର ୫୯୬, ଦିଲ୍ଲୀରେ ୩୫୯୭, ତାମିଲନାଡ଼ୁରେ ୨୪୦୩, ଗୁଜୁରାଟରେ ୨୧୨୨ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.