fbpx
BSKY
BJD SHG SKY
BJD MC SKY

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୨୪ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୨୪ ହଜାର ୯୭୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୧୧ ଲକ୍ଷ ୭୫ ହଜାର ୫୭୧କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୫୭ ଲକ୍ଷ ୬୧ ହଜାର ୨୮୨ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୪ ଲକ୍ଷ ୮୯ ହଜାର ୩୦୭ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୦ ହଜାର ୫୧୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୯ ହଜାର ୧୫୨ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.