fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୪୫ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୪୫ ହଜାର ୨୮୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୨୧ ଲକ୍ଷ ୮୩ ହଜାର ୭୯୩କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୬୭ ଲକ୍ଷ ୩୯ ହଜାର ୩୦୩ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୪ ଲକ୍ଷ ୯୯ ହଜାର ୩୦୬ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୦ ହଜାର ୩୮୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୯ ହଜାର ୫୯୫ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.