fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୫୩ ଲକ୍ଷରେ ପହଞ୍ଚିଲା

Advertisement

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୫୩ ହଜାର ୮୪୬ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୨୫ ଲକ୍ଷ ୮୦ ହଜାର ୩୫୪କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୭୧ ଲକ୍ଷ ୭୫  ହଜାର ୧୧୯ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୪ ଲକ୍ଷ ୫୧ ହଜାର ୩୮୯ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୭୯ ହଜାର ୯୧୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୯ ହଜାର ୯୮୦ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.