fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୭୧ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୭୧ ହଜାର ୪୪୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୩୪ ଲକ୍ଷ ୧୪ ହଜାର ୬୪୫କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୭୯ ଲକ୍ଷ ୧୭ ହଜାର ୮୭୧ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୫ ଲକ୍ଷ ୨୫ ହଜାର ୩୩୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୭୮ ହଜାର ୭୦୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୨୦ ହଜାର ୬୪୫ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.