ଓଡ଼ିଶାରୁ ୩୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ବରଗଡ଼, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ, ପୁରୀରୀ ଜଣେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।