fbpx

କମୁନି ମୃତ୍ୟୁସଂଖ୍ୟା: ଆଜି ୩୯ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟାରେ କିଛି ଫରକ୍ ପଡୁନି । ଯେତେ କଟକଣା ଲାଗୁ ହେଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୪୭୧କୁ ବୃଦ୍ଧି ପାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଝାରସୁଗୁଡା, ପୁରୀ, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଢେଙ୍କାନାଳ, ନବରଙ୍ଗପୁର ଓ ନୂଆପଡାରୁ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ ଆଜି ପୁଣି ୩,୬୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨,୦୬୯ ଓ ସ୍ଥାନୀୟ ଅଞ୍ଚଳରୁ ୧,୫୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୬ ହଜାର ୬୯୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୧୭ ହଜାର ୩୫୯ ରହିଥିବା ବେଳେ ୪୫ ହଜାର ୮୦୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.