fbpx

ରାଜ୍ୟରେ କାମ କରୁନି ଲକଡାଉନ୍: ଆଜି କରୋନାରେ ୩୯ ଜଣଙ୍କ ମୃତ୍ୟୁ, ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ପୁରୀ, ଗଜପତି, ଗଞ୍ଜାମ, ଦେବଗଡ଼, କଟକ ଓ ବୌଦ୍ଧରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.