ଦେଶରେ ଆଜି ୩୯୨୧ ଜଣଙ୍କ ମୃତ୍ୟୁ, ୭୦ ହଜାର ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୯୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୪ ହଜାର ୩୦୫କୁ ବୃଦ୍ଧି ପାଇଛି । ଦିନକରେ ୭୦ ହଜାର ୪୨୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୫ ଲକ୍ଷ ୧୦ ହଜାର ୪୧୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୩ ହଜାର ୧୫୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୧ ଲକ୍ଷ ୬୨ ହଜାର ୯୪୭ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୫ କୋଟି ୪୮ ଲକ୍ଷ ୪୯ ହଜାର ୩୦୧ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।