fbpx

ବଡ ଖବର: ଆଜି ରାଜ୍ୟରୁ ସର୍ବାଧିକ ୩୯୯୧ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୦ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୯୯୧  ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ  କ୍ୱାରେଣ୍ଟାଇନରୁ  ୨୩୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୬୭୬  ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୧୨୧ କୁ ବୃଦ୍ଧି ପାଇଛି ।  ୧,୦୫, ୨୯୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୩,୧୮୨ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୮୭ ଓ କଟକରୁ ୩୯୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.