fbpx

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ୪ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର,୧୧ ।୩(ଓଡିଶା ଭାସ୍କର): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିଛନ୍ତି ବିଜେଡିର ୪ ପ୍ରାର୍ଥୀ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୪ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ନାମାଙ୍କନ ଭରିଥିବା ୪ ପ୍ରାର୍ଥୀ ହେଉଛନ୍ତି – ସୁବାସ ସିଂ,ମୁନା ଖାଁ, ସୁଜିତ କୁମାର ଓ ମମତା ମହନ୍ତ । ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ତେବେ ଖାଲି ପଡିଥିବା ୪ଟି ରାଜ୍ୟସଭା ଆସନ ପାଇଁ ଗତ ଶନିବାର ଦିନ ପ୍ରାର୍ଥୀ ଘୋଷଣା କରିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ। ଆସନ୍ତା ୨୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ୧୭ ରାଜ୍ୟରେ ଖାଲିପଡ଼ିଥିବା ୫୫ ଆସନରେ ଏହି ନିର୍ବାଚନ ହେବ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ରହିଛି ।

Get real time updates directly on you device, subscribe now.