fbpx
BSKY SKY
BSKY SKY

ଖୋର୍ଦ୍ଧାରୁ ଆଜି ୪ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ ରାଜ୍ୟରୁ କେତେ ବାହାରିଲେ ?

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୯ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୪୩୧ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୧୭୬ ଜଣ ରହିଥିବା ବେଳେ ୭୬ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ସହ କଟକରୁ ୩, ସମ୍ବଲପୁର ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.