fbpx

ଭଦ୍ରକରେ ୪ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୪ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି । ଚାରି ଆକ୍ରାନ୍ତ ଭଦ୍ରକର ତିହିଡ଼ି ବ୍ଳକର ୨ଜଣ ହୋଇଥିବା ବେଳେ ଧାମନଗର ବ୍ଲକର ୨ଜଣ ବୋଲି ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତ ପୁରୁଷ ଓ ସେମାନଙ୍କ ବୟସ ୪୦, ୪୧, ୨୯, ୨୪ବର୍ଷ । ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.