fbpx
BSKY
BJD MC SKY
BJD MS SKY

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୪ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାରୁ ପୁଣି ଆଉ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ସଂଖ୍ୟା ୮ରେ ପହଞ୍ଚିଛି । ୨୧ ତାରିଖରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏନେଇ ଆଇଏଲଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ମଙ୍ଗଳବାର ୨୩ ତାରିଖ ଦିଦ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଦୁହେଁ ନାଇଜେରିଆ ଫେରନ୍ତା ହୋଇଥିବା ସୂଚନା । ସେମାନେ ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଏହି ୪ଜଣ ବିଦେଶ ଫେରନ୍ତା ହୋଇଥିବା ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ୨ ଜଣ ନାଇଜେରିଆରୁ ଫେରିଥିବା ବେଳେ ଅନ୍ୟ ଦୁଇଜଣ ୟୁଏଇରୁ ଫେରିଥିଲେ । ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.