fbpx

ରାଜ୍ୟରେ ଆଉ ୪୦୩ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୦।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୦୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୫୭, ବରଗଡ଼ରୁ ୩୪, ନୂଆପଡ଼ାରୁ ୩୨ ସୁନ୍ଦରଗଡ଼ରୁ ୩୧, ଅନୁଗୁଳରୁ ୨୭, କଟକ ୨୬, ଝାରସୁଗୁଡ଼ା ୧୭, ସମ୍ବଲପୁର ୧୪ କେନ୍ଦୁଝରରୁ ୧୨, ପୁରୀରୁ ୯ ଏବଂ ଯାଜପୁର ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.