fbpx
BSKY
BJD MC SKY
BJD YOUTH SKY

‘ମୋ ସ୍କୁଲ୍ ଅଭିଯାନ’ର ୪୦ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ: ୫୨୯ କୋଟି ୫୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମିଳିଲା ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ ସରକାର ରାଜ୍ୟର ସମସ୍ତ ଉଚ୍ଚ ବିଦ୍ୟାଳୟଗୁଡିକୁ ୨୦୨୩ ଡିସେମ୍ବର ସୁଦ୍ଧା ୫ ଟିରେ ରୂପାନ୍ତରିତ କରିବାକୁ ନିଷ୍ପତି ନେଇଛନ୍ତି । ବିଦ୍ୟାଳୟ ଶିକ୍ଷା ସଚିବ ଅଶ୍ୱଥି ଏସ୍ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ‘ମୋ ସ୍କୁଲ ଅଭିଯାନ’ର ୪୦ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଚତୁର୍ଥ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମକୁ ପ୍ରସ୍ତାବିତ ସମୟସୀମା ପୂର୍ବରୁ ଶେଷ କରିବା ନେଇ ଆଲୋଚନା ହୋଇଥିଲା ।

ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମର ସଫଳ ରୂପାୟନ ପରେ ଚତୁର୍ଥ ପର୍ଯ୍ୟାୟରେ ୧୫୦୦ରୁ ଊଦ୍ଧ୍ୱର୍ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ରୂପାନ୍ତରିତ ହେବ । ଫଳସ୍ୱରୂପ ରାଜ୍ୟର ସମସ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ମାର୍ଟ କ୍ଲାସ୍ରୁମ୍, ଇ-ଲାଇବ୍ରେରୀ, ଅତ୍ୟାଧୁନିକ ବିଜ୍ଞାନାଗାର, ଉନ୍ନତ କ୍ରୀଡ଼ା ଭିତିଭୂମି, ଶିଶୁ ସୁଲଭ ସ୍କୁଲ କ୍ୟାମ୍ପସ୍ ସହ ଶୁଦ୍ଧ ପାନୀୟ ଜଳ ଓ ପୃଥକ୍ ଶୌଚାଳୟର ସୁବିଧା ପାଇପାରିବେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟମରେ ବିଭାଗୀୟ ଅତିରିକ୍ତ ଶାସନ ସଚିବ, ବିଭାଗୀୟ ଆର୍ôଥକ ଉପଦେଷ୍ଟା, ନିର୍ଦ୍ଦେଶକ, ଉଚ୍ଚ ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ ଆଣ୍ଡ ଏସ୍ସିଇଆରଟି ଏବଂ ମୋ ସ୍କୁଲ୍ ଅଭିଯାନ ଭାରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.