fbpx

ଓଡ଼ିଶାରୁ ୪୧ ଜଣଙ୍କ ମୁଣ୍ଡ ନେଲା କରୋନା

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୪ ଜଣ, ପୁରୀ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ସମ୍ବଲପୁର, ସୁବର୍ଣ୍ଣପୁର ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.