fbpx

ଭୁବନେଶ୍ୱରରୁ ଆଜି ପୁଣି ୪୧ ପଜିଟିଭ, ୨୬ ସୁସ୍ଥ

Advertisement

ଭୁବନେଶ୍ୱର,୧୩ ।୧୨ (ଓଡିଶା ଭାସ୍କର): ଭୁବନେଶ୍ୱରରେ ଲଗାତାର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଆଜି ରାଜଧାନୀରୁ ମାତ୍ର ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭ଜଣ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୨୬ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)।

ତେବେ ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୪୫ ରେ ପହଞ୍ଚିଥିବା ବେଳେ ୩୦ ହଜାର ୫୪୯ ଜଣ ସୁସ୍ଥ ହୋଇଛନ୍ତି। ୩୪୬ ଜଣ ଚିକିତ୍ସିତ ହେଉଛନ୍ତି। ୨୨୯ ଜଣଙ୍କ ମୃତ୍ୟୁ ଘଟିଛି।

Get real time updates directly on you device, subscribe now.