ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଏହାରି ମଧ୍ୟରେ ଆଜି ୪୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୩୭ ଓ ସ୍ଥାନୀୟ ଅଞ୍ଚଳରୁ ୧୭୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୨୩୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୧୦୮ ରହିଥିବା ବେଳେ ୪ ହଜାର ୭୪୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 27th October
New Positive Cases: 412
Of which 0-18 years: 63
In quarantine: 237
Local contacts: 175(Details of local contacts will be shared by concerned District)
1. Balasore: 11
2. Bargarh: 5
3. Bhadrak: 6
4. Balangir: 1
5. Cuttack: 46
6. Deogarh: 7— I & PR Department, Odisha (@IPR_Odisha) October 28, 2021
23. Rayagada: 4
24. Sambalpur: 8
25. Sundargarh: 7
26. State Pool: 44New recoveries: 334
Cumulative tested: 21789353
Positive: 1040230
Recovered: 1027108
Active cases: 4747— I & PR Department, Odisha (@IPR_Odisha) October 28, 2021