fbpx

ଭୁବନେଶ୍ୱରରୁ ଆଜି ୪୧୩ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର, ୧୧ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୨ ଓ ସ୍ଥାନୀୟ ଅଞ୍ଚଳରୁ ୩୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୨୯ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୫ ହଜାର ୩୬୫କୁ ବୃଦ୍ଧି ପାଇଛି ।

ମୋଟ ୧୫,୩୬୫ ପଜିଟିଭ ମଧ୍ୟରୁ ୫୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୦,୧୪୮ ଜଣ ସୁସ୍ଥ ଓ ୫୧୧୦ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

 

Get real time updates directly on you device, subscribe now.