fbpx

୪୧୬୬ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନିଯୁକ୍ତି: ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Advertisement

ଭୁବନେଶ୍ୱର: ଆଜି ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି ଶିକ୍ଷକ ଏବଂ ୪୫୨ ପିଇଟିଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ପ୍ରଶିକ୍ଷଣ ଶିବିରକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରି ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକମାନଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇଛନ୍ତି । ତେବେ ଏହି ଶିବିରରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି।

ଏହି ଅବସରରେ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି। ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ ଗର୍ବ ଅନୁଭବ କରିବାକୁ ପିଲାମାନଙ୍କୁ ପ୍ରେରଣା ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି। ଛାତ୍ରଛାତ୍ରୀ ଯେପରି ବଡ ସ୍ୱପ୍ନ ଦେଖିବେ ଓ ନିଜର ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ ସେଥିପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏକ ବିଂଶ ଶତାବ୍ଦୀରେ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଛନ୍ତି।

ଏହା ସହ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆପଣଙ୍କ ସଫଳତା ପଛରେ ଆପଣଙ୍କ ପରିବାରର ସ୍ୱତନ୍ତ୍ର ଅବଦାନ ରହିଛି। ଯେଉଁଥପାଇଁ ସେ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇଛନ୍ତି। ତେବେ ଶିକ୍ଷା ପିଲାମାନଙ୍କ ମଧ୍ୟରେ ମୌଳିକ ଜ୍ଞାନ ଓ ଦକ୍ଷତା ସୃଷ୍ଟି କରେ। ସେମାନଙ୍କ ମଧ୍ୟରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ସହିତ ସେମାନଙ୍କୁ ରୂପାନ୍ତରିତ ନାଗରିକରେ ପରିଣତ କରିବାରେ ସାହାଯ୍ୟ କରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

Get real time updates directly on you device, subscribe now.