fbpx

ପୁଣି ବଢିଗଲା ସଂକ୍ରମଣ ! ଭୁବନେଶ୍ୱରରୁ ଆଜି ୪୧୭ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଗତ କିଛିଦିନ ହେବ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଆଜି ପୁଣି ବଢ଼ିଛି । ଭୁବନେଶ୍ୱରରୁ ଆଜି ୪୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୭୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୯୦ ହଜାର ୨୨୨ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୮ ହଜାର ୪୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୩୪୭ ଜଣ ଚିକିତ୍ସିତ ହେଉଥିବା ବେଳେ ୪୫୦ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.