fbpx

ଦେଶରେ ବଢ଼ିଲା ମୃତ୍ୟୁ ସଂଖ୍ୟା: ଆଜି ୪୧୮୭ ମୃତ, ୪ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ, ୮ା୫ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୮୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୮ ହଜାର ୨୭୦କୁ ବୃଦ୍ଧି ପାଇଛି । ଦିନକରେ ୪ ଲକ୍ଷ ୧ ହଜାର ୮୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୧୮ ଲକ୍ଷ ୯୨ ହଜାର ୬୭୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଲକ୍ଷ ୨୩ ହଜାର ୪୪୬ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭୯ ଲକ୍ଷ ୩୦ ହଜାର ୯୬୦ରେ ପହଞ୍ଚିଛି । ୧୬ କୋଟି ୭୩ ଲକ୍ଷ ୪୬ ହଜାର ୫୪୪ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.